ଆଜି ରାଜ୍ୟରେ କରୋନା ନେଲା ୨ମୁଣ୍ଡ
ଭୁବନେଶ୍ୱର: ରଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଆଜି ରାଜ୍ୟରେ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୭୫କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଥିବାବେଳେ କୋରାପୁଟ ଜିଲ୍ଲାରୁ ଜଣେ ରହିଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୫ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥକଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୨୭୮ପହଞ୍ଚିଛି ।
ଆଜି ରାଜ୍ୟରେ ୨୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୧୨୯ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୯୨। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୪ଜଣ ଛୁଆ ରହିଛନ୍ତି ।
Powered by Froala Editor