ଆଜି ରାଜ୍ୟରେ କରୋନାରେ ଜଣେ ମୃତ
ଭୁବନେଶ୍ୱର: ରଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୫୮କୁ ବୃଦ୍ଧି ପାଇଛି ।
ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ୧୦ ଲକ୍ଷ ୪୪ ହଜାର ୪୪୩ଜଣ ସୁସ୍ଥ ହୋଇଛନ୍ତି ଓ ୧ ହଜାର ୬୫୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଆଜି ରାଜ୍ୟରେ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୧୩୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୯୩ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୭ଜଣ ଛୁଆ ରହିଛନ୍ତି ।
Powered by Froala Editor