ଆଜି ରାଜ୍ୟରେ ୨୨୮ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେଧୀରେ ଉପରମୁହାଁ ହେବାରେ ଲାଗିଲାଣି । ଗତକାଲି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୫ରହିଥିବାବେଳେ ଆଜି ରାଜ୍ୟରେ ୨୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୧୩୧ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୯୭ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୨ଜଣ ଛୁଆ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୦୫ଜଣ, ଅନୁଗୁଳରୁ ୨, ବାଲେଶ୍ୱରରୁ ୧, ଭଦ୍ରକରୁ ୨, ବଲାଙ୍ଗୀରରୁ ୧, ବୌଦ୍ଧରୁ ୨, କଟକରୁ ୧୨, ଦେବଗଡରୁ ୬,ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୫, ଜଗତସିଂହପୁରରୁ ୧, ଯାଜପୁରରୁ ୨, ଝାରସୁଗୁଡାରୁ ୯, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୫, କୋରାପୁଟରୁ ୨, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡରୁ ୫, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୧୫ ଓ ରାଜ୍ୟପୁଲରୁ ୨୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୪ହଜାର ୮୩୪କୁ ବୃଦ୍ଧି ପାଇଛି ।
Powered by Froala Editor