ନୂଆବର୍ଷ ଭେଟି : ୩% ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ମହଙ୍ଗା ଭତ୍ତା ୩% ବଢ଼ିଛି। ଫଳରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ବୃଦ୍ଧି ପାଇ ୩୧%ରେ ପହଞ୍ଚିଛି। ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍ସନଭୋଗୀ ଉପକୃତ ହେବେ । ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।
ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।
Powered by Froala Editor