ଆଜି ରାଜ୍ୟରେ କରୋନା ନେଲା ୨ମୁଣ୍ଡ
ଭୁବନେଶ୍ୱର: ରଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଆଜି ରାଜ୍ୟରେ ଆଉ ୨ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୬୨କୁ ବୃଦ୍ଧି ପାଇଛି ।
ମୃତକ ଦୁଇ ଜଣ କଟକ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି୨୦୯ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୦ଲକ୍ଷ ୪୪ହଜାର ୮୦୩ରେ ପହଞ୍ଚିଛି । ବର୍ତ୍ତମାନ କରୋନା ଜନିତ ସକ୍ରିୟ ମାମଲା ରହିଛି ୧ହଜାର ୮୧୪ ।
ଗତକାଲି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୮ରହିଥିବାବେଳେ ଆଜି ରାଜ୍ୟରେ ୨୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୧୭୬ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୨୨ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୩ଜଣ ଛୁଆ ରହିଛନ୍ତି ।
Powered by Froala Editor