ଧୀରେଧୀରେ ଉପରମୁହାଁ ହେବାରେ ଲାଗିଲାଣି କରୋନା, ଆଜି ରାଜ୍ୟରେ ୪୨୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେଧୀରେ ଉପରମୁହାଁ ହେବାରେ ଲାଗିଲାଣି । ଗତକାଲି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୮ରହିଥିବାବେଳେ ଆଜି ରାଜ୍ୟରେ ୪୦୦ପାର୍ କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ରାଜ୍ୟରେ ୪୨୪କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୨୪୯ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୭୫ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୬୭ଜଣ ଛୁଆ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୭୭ଜଣ, ବାଲେଶ୍ୱରରୁ ୮, ବରଗଡରୁ ୧୦, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧, କଟକରୁ ୪୫, ଢେଙ୍କାନାଳରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୮, ଯାଜପୁରରୁ ୯, ଝାରସୁଗୁଡାରୁ ୧୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୧, କେନ୍ଦୁଝରରୁ ୧୪, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, ପୁରୀରୁ ୧୪, ରାୟଗଡାରୁ ୪, ସମ୍ବଲପୁରରୁ ୧୫, ସୁନ୍ଦରଗଡରୁ ୩୮ ଓ ରାଜ୍ୟପୁଲରୁ ୪୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୫ହଜାର ୫୫୬କୁ ବୃଦ୍ଧି ପାଇଛି ।
Powered by Froala Editor