ଆଜି ରାଜ୍ୟରେ କରୋନାରେ ଜଣେ ମୃତ
ଭୁବନେଶ୍ୱର: ରଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଆଜି ରାଜ୍ୟରେ ଆଉ ଜଣେ କରୋନାରେ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୬୩କୁ ବୃଦ୍ଧି ପାଇଛି ।
ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୧୫୯ଜଣ, ବର୍ତ୍ତମାନ ସୁଦ୍ଧା ୧୦ ଲକ୍ଷ ୪୪ ହଜାର ୯୬୨ଜଣ ସୁସ୍ଥ ହୋଇଛନ୍ତି ଓ ୨ହଜାର ୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
Powered by Froala Editor