ଆଜି ରାଜ୍ୟରେ ୪୨୪ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ଧୀରେଧୀରେ କରୋନା ଗ୍ରାଫ ଉପର ମୁହାଁ ହେବାରେ ଲାଗିଛି । ଗତ କିଛି ଦିନ ତଳେ କରୋନା ସଂକ୍ରମଣ ହାର ସାମାନ୍ୟ ହ୍ରାସ ପରିଲକ୍ଷିତ ହେଉଥିବାବେଳେ ବର୍ତ୍ତମାନ ସଂକ୍ରମଣ ବଢିବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୪୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୪୬ଜଣ ରହିଥିବାବେଳେ ୧୭୮ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୪୭ଜଣ ଛୁଆ ଅଛନ୍ତି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୧୫୧, କଟକରୁ ୬୬, ବାଲେଶ୍ୱରରୁ ୨୯, ବରଗଡରୁ ୫, ଭଦ୍ରକରୁ ୧, ବଲାଙ୍ଗୀରରୁ ୬, ଦେବଗଡରୁ ୪, ଢେଙ୍କାନାଳରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡାରୁ ୧୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୫, ନୟାଗଡରୁ ୫, ପୁରୀରୁ ୧୨, ରାୟଗଡାରୁ ୨, ସମ୍ବଲପୁରରୁ ୨୨, ସୋନପୁରରୁ ୭, ସୁନ୍ଦରଗଡରୁ ୨୭ ଓ ରାଜ୍ୟପୁଲରୁ ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୫ହଜାର ୯୮୦କୁ ବୃଦ୍ଧି ପାଇଛି ।
Powered by Froala Editor