ଆଜି ରାଜ୍ୟରେ କରୋନାରେ ଜଣେ ମୃତ
ଭୁବନେଶ୍ୱର: ରଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଆଜି ରାଜ୍ୟରେ ଆଉ ଜଣେ କରୋନାରେ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୬୪କୁ ବୃଦ୍ଧି ପାଇଛି ।
ମୃତକ ଜଣଙ୍କ ବାଲେଶ୍ୱର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ୧୦ ଲକ୍ଷ ୪୫ ହଜାର ୨୫୫ ଜଣ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ୨୮୮୮ ଜଣ ଚିକିସôାଧୀନ ଅଛନ୍ତି ।
ଗତ ୨୪ଘଣ୍ଟାରେ ରାଜ୍ୟରେ ୬୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୯୭ଜଣ ରହିଥିବାବେଳେ ୨୮୩ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୧୯ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
Powered by Froala Editor