ନାଇଜରରେ ୩୧ ଛାତ୍ରଛାତ୍ରୀ କରୋନା ପଜିଟିଭ
ଖୋର୍ଦ୍ଧା: କରୋନା ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି । ଏହାରି ଭିତରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ଯୋଗୁ ସମସ୍ତଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୬୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ।
ବର୍ତ୍ତମାନ ଏକ ବଡ ଖବର ସାମ୍ନାକୁ ଆସିଛି । ନାଇଜର ନ୍ୟାସନାଲ ଇଷ୍ଟିଚୁ୍ୟଟ ଅଫ୍ ସାଇନ୍ସ ଏଡୁକେସନ ଆଣ୍ଡ ରିସର୍ଚ୍ଚରେ ଏକାବେଳେ ୩୧ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିସôାଧିକାରୀ ସୂଚନା ଦେଇଛନ୍ତି ।
ଏକାଥରେ ଏତେ ସଂଖ୍ୟାରେ କରୋନା ପଜିଟିଭ୍ ଚିହ୍ନଟ ହେବାରୁ ଏହି ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଏହା ସହିତ ସଂକ୍ରମିତ ହୋଇଥିବା ଛାତ୍ରଛାତ୍ରୀଙ୍କୁ ହଷ୍ଟେଲରେ ଆଇସୋଲେସନରେ ରଖାଯାଇଥିବା ସୂଚନା ମିଳିଛି ।
Powered by Froala Editor