ଆଜି ରାଜ୍ୟରେ ୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ହଜାରେ ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ସମୟ ମଧ୍ୟରେ ରାଜ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକ ଦୁଇଜଣ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୮ହଜାର ୪୬୬ କୁ ବୃଦ୍ଧି ପାଇଛି । ଏହିସମୟ ମଧ୍ୟରେ ୧୨୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନା ସୁସ୍ଥକଙ୍କ ସଂଖ୍ୟା ୧୦ଲକ୍ଷ ୪୫ହଜାର ୩୭୬ ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୩ ହଜାର୯୮୧ ।
ଆଜି ରାଜ୍ୟରେ ୧୨୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୧୦ଜଣ ରହିଥିବାବେଳେ ୫୦୬ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୮୭ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
Powered by Froala Editor