କାୟା ମେଲାଉଛି କରୋନାର ନୂଆ ଭାରିଆଣ୍ଟ, ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ପାର୍
ନୂଆଦିଲ୍ଲୀ: ଉପରମୁହାଁ ହେଉଛି କରୋନା ସଂକ୍ରମଣ । କାୟା ମେଲାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ଦିନକୁ ଦିନ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଦେଶବାସୀଙ୍କ ମନରେ ଛନକା ପଶିଛି । କିପରି ଓମିକ୍ରନର ମୁକାବିଲା କରିହେବ, ଏଥିପାଇଁ ସରକାର ବିଭିନ୍ନ ପ୍ରକାର ପଦକ୍ଷପ ନେଉଛନ୍ତି, ତଥାପି ସବୁ କଟକଣାକୁ ଭେଦ କରି ଓମିକ୍ରନ ଦ୍ରୁତ ଗତିରେ ସଂକ୍ରମଣ କରିବାରେ ଲାଗିଛି ।
ଏହାରି ଭିତରେ ଦେଶରେ ୨୬ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ ପଶି ତା’ର କାୟା ବିସ୍ତାର କରିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩୦କୁ ଛୁଇଁଛି ।
ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସବୁଠୁ ଅଧିକ ରହିଛି । ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯୭ରେ ପହଞ୍ଚିଛି । ଦିଲ୍ଲୀରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୮୫, କେରଳରେ ୨୩୪, ଗୁଜୁରାଟରେ ୨୦୪, ରାଜସ୍ଥାନରେ ୨୩୬, ତେଲେଙ୍ଗାନାରେ ୯୪, ତାମିଲନାଡୁରେ ୧୨୧, ହରିଆଣାରେ ୭୧, ଓଡିଶାରେ ୬୧, ଉତ୍ତର ପ୍ରଦେଶରେ ୩୧, ଆନ୍ଧ୍ରପ୍ରଦେଶରେ ୨୮, ପଶ୍ଚିମବଙ୍ଗରେ ୨୦, ମଧ୍ୟପ୍ରଦେଶରେ ୯, ଉତ୍ତରାଖଣ୍ଡରେ ୮, ଗୋଆରେ ୫, ମେଘାଳୟରେ ୫, ଜମ୍ମୁ କାଶ୍ମୀରରେ ୩, ଚଣ୍ଡିଗଡରେ ୩, ଆଣ୍ଡାମାନ ନିକୋବରରେ ୨, ପଞ୍ଜାବରେ ୨, ଆସାମରେ ୨, ପୁଡୁଚେରୀରେ ୨, ହମାଚଳପ୍ରଦେଶରେ ୧, ଲଦାଖରେ ୧ ଓ ମଣିପୁରରେ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏହାରି ଭିତରେ ୯୯୫ ଜଣ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor