ଆଜି ରାଜ୍ୟରେ କରୋନାରେ ଜଣେ ମୃତୁ୍ୟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବାବେଳେ, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୧୮୯୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ଜଣେ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୬୭କୁ ବୃଦ୍ଧି ପାଇଛି ।
ଏବେ ସୁଦ୍ଧା ୧୦ ଲକ୍ଷ ୪୫ ହଜାର ୫୧୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫ ହଜାର ୭୩୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଆଜି ରାଜ୍ୟରେ ୧୮୯୭କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୧୧୦୬ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୭୯୧ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୨୫୮ଜଣ ଛୁଆ ରହିଛନ୍ତି ।
Powered by Froala Editor