Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ରାଜ୍ୟ
Home ›› ରାଜ୍ୟ ››୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

2022-01-06 12:26:05
14162
Share:
Facebook
Twitter
E-Mail
WhatsApp
Telegram
୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। 

ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ପାନୀୟ ଜଳ କାର୍ଯ୍ୟକ୍ରମ ଦ୍ବାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ବାରା ସହରର ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଲେ ଯେ କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି। ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକର ଦୁଇଟି ଜୋନ୍‌ରେ Drink from Tap କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ ସାରା ସହର ପାଇଁ Drink from Tap କାର୍ଯ୍ୟକ୍ରମ ପାଇଁ ଭିତ୍ତିସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମ ପାଇଁ ୩୬୦ କୋଟି ଟଙ୍କା ବିନିଯୋଗ କରାଯିବ। ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ Drink from Tap କାର୍ଯ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଆରମ୍ଭ ହୋଇଥିବା ଆମର ଏହି କାର୍ଯ୍ୟକ୍ରମ କେବଳ ସାରା ଦେଶ ନୁହେଁ, ସାରା ପୃଥିବୀର ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଏକ ରୋଲ ମଡେଲ ହୋଇପାରିଛି । ଏହି କାର୍ଯ୍ୟକ୍ରମ ପାନୀୟ ଜଳ ଯୋଗାଣ ପାଇଁ ହୋଇଥିବା ଜାତୀୟ ନୀତିରେ ମଧ୍ୟ ଅନୁସୃତ ହୋଇଛି ଏବଂ ଅମୃତ ୨.୦ରେ ସାମିଲ ମଧ୍ୟ ହୋଇଛି ବୋଲି ସେ କହିଥିଲେ।

ଏହାସହିତ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ଟି Water Treatment Plantର ଉଦ୍‌ଘାଟନ ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଲ ପିଇବା ପାଣି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ବିଶୁଦ୍ଧ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେବାରେ ଆମର ଉଦ୍ୟମ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଥିଲେ ।

ଏହି ଅବସରରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ସଂପର୍କରେ ଜନସାଧାରଣଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୋଭିଡ ନିୟମ ମାନିବା ପାଇଁ ଅନୁରୋଧ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀ କଟକ ସହରର ବିକାଶ ପାଇଁ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ଏବଂ ସବୁ କାର୍ଯ୍ୟକ୍ରମ ପାଇଁ ତୁରନ୍ତ ବ୍ୟବସ୍ଥା କରିଆସିଛନ୍ତି ।  ୨୦୨୨ରେ କଟକରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ଲୋକାର୍ପିତ ହେବ ଏବଂ କଟକ ସହରର ବିକାଶ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇଥିଲେ  ଏବଂ କଟକ ମ୍ୟୁନିସପାଲ କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ସୁବାସ ସିଂହ, ବିଧାୟକ ଶ୍ରୀ ଚନ୍ଦ୍ରସାରଥୀ ବେହେରା, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14660
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15525
    Oct 20, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14315
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15451
    Oct 19, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14255
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15129
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15809
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15289
    Oct 20, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15313
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14282
    Oct 18, 2026
  • ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14315
    Oct 18, 2026
  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15525
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17199
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17894
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18265
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14703
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15407
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14750
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14845
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15846
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14628
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13994
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15313
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15809
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14660
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In