ପୁଣି ଭିଜିବ ଓଡ଼ିଶା, ୧୦ରୁ ଓଡ଼ିଶାରେ ବର୍ଷା
ଭୁବନେଶ୍ବର: ପୁଣି ଭିଜିବ ଓଡ଼ିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଉପାନ୍ତରୁ ଉପକୂଳ ସବୁଠି ହେବ ବର୍ଷା । ଏକ ଘନୀଭୂତ ପଶ୍ଚିମା ଝଡ ଆଜିଠୁ ଅଧିକ ଘନୀଭୁତ ହୋଇ ଉତ୍ତର ପଶ୍ଚିମ ରାଜସ୍ଥାନ ତଥା ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।
ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ, ସମ୍ବଲପୁର, ବରଗଡ, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି ଏବଂ ନବରଙ୍ଗପୁରରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ତାରିଖରୁ ୧୪ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ ।
Powered by Froala Editor