ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କରୋନା ପଜିଟିଭ୍
ଭୁବନେଶ୍ୱର: ଉପରମୁହାଁ ହେଉଛି କରୋନା ସଂକ୍ରମଣ । କାୟା ମେଲାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ଦିନକୁ ଦିନ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଦେଶବାସୀଙ୍କ ମନରେ ଛନକା ପଶିଛି । କିପରି ଓମିକ୍ରନର ମୁକାବିଲା କରିହେବ, ଏଥିପାଇଁ ସରକାର ବିଭିନ୍ନ ପ୍ରକାର ପଦକ୍ଷପ ନେଉଛନ୍ତି, ତଥାପି ସବୁ କଟକଣାକୁ ଭେଦ କରି ଓମିକ୍ରନ ଦ୍ରୁତ ଗତିରେ ସଂକ୍ରମଣ କରିବାରେ ଲାଗିଛି ।
ଏହରି ଭିତରେ ଆଜି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ମଧ୍ୟ ଲକ୍ଷଣ ବିହିନ ଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ତେବେ ଗତ ତିନି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ ସେ କରୋନା ଟେଷ୍ଟ କରାଇ ନେବାକୁ କହିଛନ୍ତି ।
ପଜିଟିିଭ୍ ଚିହ୍ନଟ ହେବା ପରେ ସେ ଆଇସୋଲେସନରେ ରହିଥିବା ସୂଚନା ମିଳିଛି । ଅନ୍ୟପଟେ ଗତ ୨୪ଘଣ୍ଟାରେ ରାଜ୍ୟରେ ୨୫୦୦ପାର୍ କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୨୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୫୭୯ଜଣ ରହିଥିବାବେଳେ ୧୧୨୪ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୪୦୯ଜଣ ଛୁଆ ଅଛନ୍ତି। ଯାହା ଚିନ୍ତାର କାରଣ ପାଲଟିଛି ।
Powered by Froala Editor