ଆଜି ଦେଶରେ କରୋନା ନେଲା ୩୦୨ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ଗତ କିଛି ଦିନ ହେବ ଦୈନିକ ସଂକ୍ରମଣ ଓ ମୃତୁ୍ୟ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗଥିଲା କିନ୍ତୁ ଆଜି ପୁଣି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଆଜି ଦେଶରେ ୧ଲକ୍ଷ ୧୭ହଜାର ୧୦୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୦୨ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୩ହଜାର ୧୭୮କୁ ବୃଦ୍ଧି ପାଇଛି । ମୃତୁ୍ୟ ହାର ରହିଛି ୧.୩୮ପ୍ରତିଶତ ରହିଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୩ଲକ୍ଷ ପାର୍ କରିଛି । ଆଜି ଦେଶରେ କରୋନାଜନିତ ସକ୍ରିୟ ମାମଲା ରହିଛି ୩ଲକ୍ଷ ୪୩ହଜାର ୮୪୫ ରହିଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor