ରାଜ୍ୟରୁ ୪୭୧୪ କୋଭିଡ୍ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ବିସ୍ଫୋରଣ ହୋଇଛି । ରାଜ୍ୟରେ ବଢ଼ୁଛି କୋଭିଡ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪ ହଜାର ୭୧୪ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୪୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୨ ହଜାର ୭୫୫ଟି ମାମଲା ଆସିଛି । ସେହିଭଳି ୧ ହଜାର ୯୫୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୭୦୮୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୧୧୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୬୨୩୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor