ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧୯ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ବିସ୍ଫୋରଣ ହୋଇଛି । ରାଜ୍ୟରେ ବଢ଼ୁଛି କୋଭିଡ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪ ହଜାର ୭୧୪ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୪୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୨ ହଜାର ୭୫୫ଟି ମାମଲା ଆସିଛି । ସେହିଭଳି ୧ ହଜାର ୯୫୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୬୬୨, ସମ୍ବଲପୁରରୁ ୪୩୭, କଟକରୁ ୩୬୦. ଝାରସୁଗୁଡ଼ାରୁ ୧୫୪, ବାଲେଶ୍ୱରରୁ ୧୨୩, ପୁରୀରୁ ୧୧୯, ମୟୂରଭଞ୍ଜରୁ ୧୧୩ ଓ ଷ୍ଟେଟ୍ପୁଲ୍ରୁ ୩୧୫ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳ ଜିଲ୍ଲାରୁ ୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫୬, ଭଦ୍ରକରୁ ୭, ବଲାଙ୍ଗିରରୁ ୯୯, ବୌଦ୍ଧରୁ ୬, ଦେବଗଡ଼ରୁ ୩୬, ଢେଙ୍କାନାଳରୁ ୯, ଗଜପତିରୁ ୩୨, ଗଞ୍ଜାମରୁ ୭୦, ଜଗତସିଂହପୁରରୁ ୬୩, ଯାଜପୁରରୁ ୮୩, କଳାହାଣ୍ଡିରୁ ୧୫, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୪୩, କୋରାପୁଟରୁ ୬୫, ମାଲକାନଗିରିରୁ ୩, ନବରଙ୍ଗପୁରରୁ ୩୭, ନୟାଗଡ଼ରୁ ୩୪, ନୂଆପଡ଼ାରୁ ୩୨, ରାୟଗଡ଼ାରୁ ୩୧ ଓ ସୋନପୁରରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୭୦୮୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୧୧୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୬୨୩୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor