୧୦୦ ପାର୍ କରିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର: ଓଡିଶାରେ ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଉଛି । ପୂର୍ବରୁ ରାଜ୍ୟରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୭୫ରହିଥିଲା ଓ ଆଜି ଓଡିଶାରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟବିଭାଗକୁ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଓଡିଶାରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍ କରିଛି । ବର୍ତ୍ତମାନ ସୁଦ୍ଧା ଓଡିଶାରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଥିବା ସୂଚନା ମିଳିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମେ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ଡିସେମ୍ବର ୨୩ରେ ୨ ଜଣ, ଡିସେମ୍ବର ୨୬ରେ ୪ ଜଣ, ଡିସେମ୍ବର ୨୯ ରେ ଜଣେ, ଡିସେମ୍ବର ୩୦ରେ ୫ ଜଣ, ଜାନୁଆରୀ ୨ରେ ୨୩ ଜଣ, ଜାନୁଆରୀ ୫ରେ ୨୪ଜଣ ଏବଂ ଜାନୁଆରୀ ୮ରେ ୧୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୭୫କୁ ବୃଦ୍ଧି ହୋଇଥିଲେ।ସୋମବାର ୨୮ ଆକ୍ରାନ୍ତ ଚିହ୍ନଟ ହେବା ପରେ ବର୍ତ୍ତମାନ ଆକ୍ରାନ୍ତ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ୫ ହଜାର ମୁହାଁ ହୋଇଛି। ଦିନକରେ ଏତେ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେବା ଚିନ୍ତାର ବିଷୟ । ଗତ ୨୪ ଘଣ୍ଟାରେ ୪୮୨୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୪୪୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୮୨୩ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୦୦୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୫୬୯୮ ଜଣ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୩୦ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩୩ ଜଣ, ସୁନ୍ଦରଗଡ଼ରୁ ୮୬୯ ଜଣ, ସମ୍ବଲପୁରରୁ ୬୪୪ ଜଣ, କଟକରୁ ୪୦୧ ଜଣ, ବାଲେଶ୍ବରରୁ ୨୧୦ ଜଣ, ଝାରସୁଗୁଡ଼ାରୁ ୧୮୯ ଜଣ, ମୟୂରଭଞ୍ଜରୁ ୧୬୨ ଜଣ,ପୁରୀରୁ ୧୩୦ ଜଣ, ବଲାଙ୍ଗୀରରୁ ୧୦୪ ଜଣ, ନବରଙ୍ଗପୁରରୁ ୮୫ ଜଣ, ବରଗଡ଼ରୁ ୮୪ ଜଣ, ରାୟଗଡ଼ାରୁ ୮୨ ଜଣ, କୋରାପୁଟରୁ ୭୭ ଜଣ, ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୬୯ ଜଣ ଲେଖାଁଏ, କେନ୍ଦୁଝରରୁ ୬୩ ଜଣ, ନୂଆପଡ଼ାରୁ ୫୧ ଜଣ, ଗଞ୍ଜାମରୁ ୪୯ ଜଣ, କଳାହାଣ୍ଡିରୁ ୪୮ ଜଣ, ଜଗତସିଂହପୁୁରରୁ ୪୬ ଜଣ, ଗଜପତି ଓ ସୋନପୁର ଜିଲ୍ଲାରୁ ୩୨ ଜଣ ଲେଖାଁଏ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ୨୪ ଜଣ ଲେଖାଁଏ, ଢ଼େଙ୍କାନାଳରୁ ୨୩ ଜଣ, ଦେବଗଡ଼ରୁ ୧୯ ଜଣ,ମାଲକାନଗିରିରୁ ୧୧ ଜଣ, କନ୍ଧମାଳରୁ ୮ ଜଣ, ବୌଦ୍ଧରୁ ୬ ଜଣ ଏବଂ ଷ୍ଟେଟ୍ ପୁଲ୍ରୁ ୨୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
Powered by Froala Editor