ଆଜି ରାଜ୍ୟରେ କରୋନାରେ ଜଣେ ମୃତ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବାବେଳେ, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୭୦୭୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ଜଣେ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକ ଜଣଙ୍କ ବଲାଙ୍ଗୀର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୬୯କୁ ବୃଦ୍ଧି ପାଇଛି ।
ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୪୧୪ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୦ ଲକ୍ଷ ୪୭ ହଜାର ୩୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ବି ୨୭ହଜାର ୨୧୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଗତ ୨୪ଘଣ୍ଟାରେ ରାଜ୍ୟରେ ୭୦୦୦ପାର୍ କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୭ହଜାର ୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୧୨୮ଜଣ ରହିଥିବାବେଳେ ୨୯୪୩ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୭୦୭ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
Powered by Froala Editor