ଦେଶରେ ୨ଲକ୍ଷ ମୁହାଁ କରୋନା ସଂକ୍ରମଣ
![ଦେଶରେ ୨ଲକ୍ଷ ମୁହାଁ କରୋନା ସଂକ୍ରମଣ](https://odishanewslens.com/news_gallery/9716_1641884604.jpeg)
ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ଦେଶରେ ଦେଢ ଲକ୍ଷ ପାର୍ କରିଛି ଦୈନିକ ସଂକ୍ରମଣ । ସ୍ଥିତି ଅଣାୟତ୍ତ ହେବା ସହ ଦୈନିକ ସଂକ୍ରମଣ ୨ଳକ୍ଷ ମୁହାଁ ହୋଇଛି । ଆଜି ଦେଶରେ ୧ଲକ୍ଷ ୬୮ହଜାର ୬୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୈନିକ ପଜିଟିଭ୍ ହାର ୧୦.୬୪ପ୍ରତିଶତ ରହିଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୮ଲକ୍ଷ ପାର୍ କରିଛି । ଦେଶରେ ସକ୍ରିୟ ମାମଲା ରହିଛି ୮ଲକ୍ଷ ୨୧ହଜାର ୪୪୬ ରହିଛି ଓ ଏବେ ସୁଦ୍ଧା ମୋଟ ୩କୋଟି ୪୫ଲକ୍ଷ ୭୦ହଜାର ୧୩୧ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି । ଅନ୍ୟପଟେ ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ହଜାର ୪୬୧କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୧୫୨ କୋଟି ୭୮ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି ।
Powered by Froala Editor