ଏହିସବୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ, କେଉଁ କେଉଁ ଜିଲ୍ଲା ଜାଣନ୍ତୁ?

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଅଂଚଳରେ ହିଟୱେଭ ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଅପ୍ରେଲ ୨୮ ସକାଳ ସୁଦ୍ଧା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, କଳାହାଣ୍ଡିର ସ୍ଥାନେସ୍ଥାନେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅପରପକ୍ଷରେ ବାଲେଶ୍ୱର ଓ ଖୋର୍ଦ୍ଧାରେ ହିଟୱେଭର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଓ ଝଡ଼ବର୍ଷାର ଆଶଙ୍କା ରହିଛି ।
ସେହିପରି ୨୮ ସକାଳରୁ ୨୯ ସକାଳ ମଧ୍ୟରେ ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହାଛଡ଼ା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ହିଟୱେଭ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।
Powered by Froala Editor