ପ୍ରବଳ ବର୍ଷା, ଏହି ୧୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ହୋଇଥିବାବେଳେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡିକରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଥିଲା। ଉପକୂଳ ଓଡିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। ସର୍ବାଧିକ ବର୍ଷା କନ୍ଧମାଳ ଜିଲ୍ଲା କୋଟାଗଡରେ ୩୮ମିମି ରେକର୍ଡ ହୋଇଛି। ସେହିପରି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ୩୬.୪ମିମି, ନୂଆପଡା ଜିଲ୍ଲା ନୂଆପଡାରେ ୨୬ମିମି ଓ ନବରଙ୍ଗପୁର ରାଇଘରରେ ୨୧ମିମି ବର୍ଷା ହୋଇଛି ।
ଆସନ୍ତା ୩ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଦେଖାଦେଇଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା ପାରଳାଖେମୁଣ୍ଡିଠାରେ ୧୩ଡିଗ୍ରି ରେକର୍ଡ ହୋଇଛି। ଆସନ୍ତା ୧୪ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟା?ଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ। ଏଣୁ ଏହି ୧୫ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧୩ ତାରିଖ ଦିନ କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ସମ୍ବଲପୁର ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା ଓ କୁଆପଥର ପଡିବାର ସମ୍ଭାବନା ରହିଛି ।
Powered by Froala Editor