ଦେଶରେ ୨ଲକ୍ଷ ମୁହାଁ ଦୈନିକ ସଂକ୍ରମଣ
ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ଦେଶରେ ଦେଢ ଲକ୍ଷ ପାର୍ କରିଛି ଦୈନିକ ସଂକ୍ରମଣ । ସ୍ଥିତି ଅଣାୟତ୍ତ ହେବା ସହ ଦୈନିକ ସଂକ୍ରମଣ ୨ଳକ୍ଷ ମୁହାଁ ହୋଇଛି । ଆଜି ଦେଶରେ ୧ଲକ୍ଷ ୯୪ହଜାର ୭୨୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୈନିକ ପଜିଟିଭ୍ ହାର ୧୧.୦୫ପ୍ରତିଶତକୁ ବୃଦ୍ଧି ପାଇଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୯ଲକ୍ଷ ପାର୍ କରିଛି । ଦେଶରେ ସକ୍ରିୟ ମାମଲା ରହିଛି ୯ଲକ୍ଷ ୫୫ହଜାର ୩୧୯ ରହିଛି ଓ ଏବେ ସୁଦ୍ଧା ମୋଟ ୩କୋଟି ୪୬ଲକ୍ଷ ୩୦ହଜାର ୫୩୬ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୧୫୩ କୋଟିରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି ।
Powered by Froala Editor