ବର୍ଷା, ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
ଭୁବନେଶ୍ୱର: ପଶ୍ଚିମା ଝଡ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ଏହି ଅଦିନିଆ ବର୍ଷା ଆସନ୍ତା ଦୁଇ ଦିନ ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେତେକ ସ୍ଥାନରେ କୁଆପଥର ପଡିବା ସହିତ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭିଜୁଛି ଉପାନ୍ତରୁ ଉପକୂଳ । ଅଦିନିଆ ବର୍ଷା ଚାଷୀଙ୍କ ଉପରେ ଚଡକ ପକାଇଛି । ବର୍ତ୍ତମାନ ସମୟ ଅମଳର, ଆଉ ଅମଳ ସମୟରେ ଏପରି ଅଦିନିଆ ବର୍ଷା ହେବା ଫଳରେ ଚାଷୀ ଗୁରୁତର ଭାବରେ ପ୍ରଭାବିତ ହୋଇଛନ୍ତି ।
ଆଜି ଉତ୍ତର ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କେତେକ ସ୍ଥାନରେ ଘଡଘଡି ବିଜୁଳି ସହିତ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ସଚେତନ ସହ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
Powered by Froala Editor