ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାର ଟପିଲା
ନୂଆଦିଲ୍ଲୀ: ଉପରମୁହାଁ ହେଉଛି କରୋନା ସଂକ୍ରମଣ । କାୟା ମେଲାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ଦିନକୁ ଦିନ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଦେଶବାସୀଙ୍କ ମନରେ ଛନକା ପଶିଛି । କିପରି ଓମିକ୍ରନର ମୁକାବିଲା କରିହେବ, ଏଥିପାଇଁ ସରକାର ବିଭିନ୍ନ ପ୍ରକାର ପଦକ୍ଷପ ନେଉଛନ୍ତି, ତଥାପି ସବୁ କଟକଣାକୁ ଭେଦ କରି ଓମିକ୍ରନ ଦ୍ରୁତ ଗତିରେ ସଂକ୍ରମଣ କରିବାରେ ଲାଗିଛି ।
ଏହାରି ଭିତରେ ଦେଶରେ ୨୮ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ ପଶି ତା’ର କାୟା ବିସ୍ତାର କରିବାରେ ସଫଳ ହୋଇଛି । ଦେଶରେ ୫ହଜାର ପାର୍ କରିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ୬୨୦ଜଣ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୫ହଜାର ୪୮୮କୁ ଛୁଇଁଛି ।
ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସବୁଠୁ ଅଧିକ ରହିଛି । ମହାରାଷ୍ଟ୍ରରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୦ ପାର୍ କରିଛି । ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୬୭ରେ ପହଞ୍ଚିଛି । ଦିଲ୍ଲୀରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୪୯, ରାଜସ୍ଥାନରେ ୬୪୫, କେରଳରେ ୪୮୬, କର୍ଣ୍ଣାଟକରେ ୪୭୯,ପଶ୍ଚିମବଙ୍ଗରେ ୨୯୪, ଉତ୍ତର ପ୍ରଦେଶରେ ୨୭୫, ତେଲେଙ୍ଗାନାରେ ୨୬୦, ଗୁଜୁରାଟରେ ୨୩୬, ତାମିଲନାଡୁରେ ୧୮୫, ହରିଆଣାରେ ୧୬୨, ଓଡିଶାରେ ୧୬୯ ଓମିକ୍ରନ ଆକ୍ରାନ୍ତ ରହିଛନ୍ତି ।
ଆନ୍ଧ୍ରପ୍ରଦେଶରେ ୬୧, ପଞ୍ଜାବରେ ୨୭, ବିହାରରେ ୨୭, ମେଘାଳୟରେ ୩୧,ଜମ୍ମୁ କାଶ୍ମୀରରେ ୨୩ ଗୋଆରେ ୨୧, ମଧ୍ୟପ୍ରଦେଶରେ ୧୦, ଆସାମରେ ୯, ଉତ୍ତରାଖଣ୍ଡରେ ୮, ଛତିଶଗଡରେ ୫, ଚଣ୍ଡିଗଡରେ ୩, ଆଣ୍ଡାମାନ ନିକୋବରରେ ୩, ପୁଡୁଚେରୀରେ ୨, ଲଦାଖରେ ୨, ହିମାଚଳପ୍ରଦେଶରେ ୧ ଓ ମଣିପୁରରେ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏଥି ମଧ୍ୟରୁ ୨ହଜାର ୧୬୨ଜଣ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୩ହଜାର ୩୨୬ଜଣ ଚିକିôିସିତ ହେଉଛନ୍ତି ।
Powered by Froala Editor