ଆଜି ରାଜ୍ୟରେ ୩ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବାବେଳେ, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୧୧ହଜାର ୧୭୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୩ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକମାନେ ସୁନ୍ଦରଗଡ, ଗଞ୍ଜାମ ଓ ନୟାଗଡ ଜତଲ୍ଲାର ହୋଇଥିବା ଜିଲ୍ଲାର ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୮୧କୁ ବୃଦ୍ଧି ପାଇଛି ।
ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୩୨୨୦ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୦ ଲକ୍ଷ ୫୫ହଜାର ୬୧୫ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ବି ୬୯ହଜାର ୭୬୩ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଆଜି ରାଜ୍ୟରେ ୧୧ହଜାର ୧୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୪୭୯ଜଣ ରହିଥିବାବେଳେ ୪୬୯୮ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୦୨୬ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
Powered by Froala Editor