ଆଜି ଦେଶରେ କରୋନା ନେଲା ୩୮୫ମୁଣ୍ଡ
![ଆଜି ଦେଶରେ କରୋନା ନେଲା ୩୮୫ମୁଣ୍ଡ](https://odishanewslens.com/news_gallery/9908_1642401535.jpeg)
ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ହୁ ହୁ ହୋଇ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୨ଲକ୍ଷ ୫୮ହଜାର ୮୯କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୮୫ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୬ହଜାର ୪୫୧କୁ ବୃଦ୍ଧି ପାଇଛି । ମୃତୁ୍ୟ ହାର ରହିଛି ୧.୩୮ପ୍ରତିଶତ ରହିଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୧୬ଲକ୍ଷ ପାର୍ କରିଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୧୬ଲକ୍ଷ ୫୬ହଜାର ୩୪୧ରହିଛି । ଆଜି ଦେଶରେ କରୋନାରୁ ସୁସ୍ଥ ହୋଇଛନ୍ତି ୧ଲକ୍ଷ ୫୧ହଜାର ୭୪୦ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୫୨ଲକ୍ଷ ୩୭ହଜାର ୪୬୧ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor