ପଦ୍ମଶ୍ରୀ ଶାନ୍ତିଦେବୀଙ୍କ ପରଲୋକ : ଭୂଦାନ ଆନ୍ଦୋଳନରେ ଥିଲା ସ୍ୱତନ୍ତ୍ର ଅବଦାନ

ରାୟଗଡ଼ା ଜିଲ୍ଲା ଗୁଣୁପୁର ସ୍ଥିତ ବାସଭବନରେ ପଦ୍ମଶ୍ରୀ ଶାନ୍ତିଦେବୀଙ୍କର ପରଲୋକ ହୋଇଛି। ମୃଦ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା । ଗତକାଲି ବିଳମ୍ବିତ ରାତିରେ ସେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ସେ ଚେତାଶୂନ୍ୟ ହୋଇଯାଇଥିଲେ। ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପଦ୍ମଶ୍ରୀ ଶାନ୍ତିଦେବୀଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ଦୁଃଖ ପ୍ରକାଶ କରିଛନ୍ତି।
୧୯୩୮ ମସିହାରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିବା ଶାନ୍ତିଦେବୀ ମାତ୍ର ୧୭ ବର୍ଷ ବୟସରୁ ଆଚାର୍ଯ୍ୟ ବିନୋବା ଭାବେଙ୍କ ପ୍ରେରଣାରେ ସମାଜସେବୀ ଓ ଭୂଦାନ ଆନ୍ଦୋଳନରେ ଯୋଗ ଦେଇଥିଲେ। ସେ ଗୁଣୁପୁର ଅଞ୍ଚଳକୁ ଆସି ସମାଜସେବା ଓ ଭୂଦାନ ଆନ୍ଦୋଳନ ଜାରି ରଖିଥିଲେ। ବିଶିଷ୍ଟ ଗାନ୍ଧିବାଦୀ ନେତା ସ୍ବର୍ଗତ ଡ. ରତନଦାସଙ୍କ ଧର୍ମ ପତ୍ନୀ ହେଉଛନ୍ତି ଶାନ୍ତୀ ଦେବୀ । ନିଜର ଜନସେବା, ନିଷ୍ଠାପର ସାଧନା, ଅନାଥ ଓ ଆଦିବାସୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା କାମରେ ସେ ଅଭିବକ୍ତ କୋରାପୁଟ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଗତ ସାତ ଦଶନ୍ଧି ଧରି କାମ କରି ଆସୁଥିଲେ । ତାଙ୍କ ନିଃସ୍ୱାର୍ଥପର ସେବା ପାଇଁ ତାଙ୍କୁ ଗତବର୍ଷ ‘ପଦ୍ମଶ୍ରୀ‘ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହା ସହିତ ସେ ସମ୍ମାନଜନକ ଜମୁନାଲାଲ ବଜାଜ୍ ପୁରସ୍କାର ମଧ୍ୟ ପାଇଥିଲେ।
Powered by Froala Editor