ଆଜି ରାଜ୍ୟରେ ପୁଣି ୧୧ହଜାର ପାର୍ କରୋନା ପଜିଟିଭ୍
ଭୁବନେଶ୍ୱର:ଦିନକୁ ଦିନ କରୋନା ଗ୍ରାଫ ଉପର ମୁହାଁ ହେବାରେ ଲାଗିଛି । ଗତକାଲି କରୋନାର ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଥିଲା କିନ୍ତୁ ଆଜି ପୁଣି ୧୧୦୦୦ପାର୍ କରିଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ୧୧ହଜାର୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୪୩୧ଜଣ ରହିଥିବାବେଳେ ୪୬୫୫ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୦୬୧ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ଲକ୍ଷ ୫୫ହଜାର ୪୮୭କୁ ବୃଦ୍ଧି ପାଇଛି ।
Powered by Froala Editor