ଆଜି ରାଜ୍ୟରେ କେଉଁ ଜିଲ୍ଲାରେ କେତେ କରୋନା ଆକ୍ରାନ୍ତ ଜାଣନ୍ତୁ
ଭୁବନେଶ୍ୱର: ଆଜି ପୁଣି ୧୧୦୦୦ପାର୍ କରିଛି କରୋନା ସଂକ୍ରମଣ । ରାଜ୍ୟରେ ଗତ ୨୪ଘଣ୍ଟାରେ ୧୧ହଜାର୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୪୩୧ଜଣ ରହିଥିବାବେଳେ ୪୬୫୫ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୦୬୧ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୩ହଜାର ୪୬୯ । ଅନୁଗୁଳରୁ ୧୩୯ ଜଣ, ବାଲେଶ୍ୱରରୁ ୩୨୩ ଜଣ, ବରଗଡ଼ରୁ ୧୨୫ ଜଣ, ଭଦ୍ରକରୁ ୧୩୨ ଜଣ, ବଲାଙ୍ଗୀରରୁ ୩୦୦ ଜଣ, ବୌଦ୍ଧ ଜିଲ୍ଲାରୁ ୮୩, କଟକରୁ ୭୬୬ ଜଣ, ଦେବଗଡରୁ ୫୩ ଜଣ, ଢେଙ୍କାନାଳରୁ ୧୫୭ ଜଣ, ଗଜପତିରୁ ୯୩, ଗଞ୍ଜାମରୁ ୧୧୬ ଜଣ, ଜଗତସିଂହପୁରରୁ ୨୭୩ ଜଣ, ଯାଜପୁରରୁ ୨୭୫ ଜଣ, ଝାରସୁଗୁଡାରୁ ୧୩୨ ଜଣ, କଳାହାଣ୍ଡିରୁ ୨୫୩ ଜଣ, କନ୍ଧମାଳରୁ ୫୧ ଜଣ, କେନ୍ଦ୍ରାପଡାରୁ ୮୫ ଜଣ, କେଉଁଝରରୁ ୨୨୩ ଜଣ, କୋରାପୁଟରୁ ୧୯୬ ଜଣ, ମାଲକାନଗିରିରୁ ୫୪ ଜଣ, ମୟୁରଭଞ୍ଜରୁ ୩୯୩ ଜଣ, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୪୯ ଜଣ, ନୂଆପଡାରୁ ୧୦୪ ଜଣ, ପୁରୀରୁ ୧୮୮ ଜଣ, ରାୟଗଡାରୁ ୧୮୭ ଜଣ, ସମ୍ୱଲପୁରରୁ ୩୦୨ ଜଣ, ସୋନପୁରରୁ ୧୫୩, ସୁନ୍ଦରଗଡରୁ ୧୪୧୬ ଜଣ ଓ ଷ୍ଟେଟ ପୁଲରୁ ୭୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
Powered by Froala Editor