ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ମୃତ
କଣ୍ଟାବାଞ୍ଜି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ। ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ଗାଁରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୨ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।
ସୂଚନାନୁଯାୟୀ, ଧାମନଡଙ୍ଗା ଗାଁ ପାଖ ବୁଲାଣି ନିକଟରେ ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ରାତିରେ ଏକ ବାଇକ୍ରେ ୨ ଜଣ ବାଇକ୍ ଆରୋହୀ ଆସୁଥିବା ବେଳେ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତାରେ ଛିଟକି ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ କଣ୍ଟାବାଞ୍ଜି ପୋଲିସ ପହଁଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Powered by Froala Editor