ଆଜି ଦେଶରେ କରୋନା ନେଲା ୩୧୦ମୁଣ୍ଡ
ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ହୁ ହୁ ହୋଇ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ । ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି । ଆଜି ଦେଶରେ ୨ଲକ୍ଷ ୩୮ହଜାର ୧୮କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୧୦ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୬ହଜାର ୭୬୧କୁ ବୃଦ୍ଧି ପାଇଛି । ମୃତୁ୍ୟ ହାର ରହିଛି ୧.୩୮ପ୍ରତିଶତ ରହିଛି ।
ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୧୭ଲକ୍ଷ ପାର୍ କରିଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୧୭ଲକ୍ଷ ୩୬ହଜାର ୬୨୮ରହିଛି । ଆଜି ଦେଶରେ କରୋନାରୁ ସୁସ୍ଥ ହୋଇଛନ୍ତି ୧ଲକ୍ଷ ୫୭ହଜାର ୪୨୧ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି ୩କୋଟି ୫୩ଲକ୍ଷ ୯୪ହଜାର ୮୮୨ଜଣ । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।
Powered by Froala Editor