Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ...

  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ...

ରାଜ୍ୟ
Home ›› ରାଜ୍ୟ ››କୋଭିଡ୍‌ ସ୍ଥିତି ସମୀକ୍ଷା କରି ଏହା କହିଲେ ମୁଖ୍ୟମନ୍ତ୍ରୀ

କୋଭିଡ୍‌ ସ୍ଥିତି ସମୀକ୍ଷା କରି ଏହା କହିଲେ ମୁଖ୍ୟମନ୍ତ୍ରୀ

2022-01-19 05:41:24
15438
Share:
Facebook
Twitter
E-Mail
WhatsApp
Telegram
କୋଭିଡ୍‌ ସ୍ଥିତି ସମୀକ୍ଷା କରି ଏହା କହିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ରୋଗ ନିୟନ୍ତ୍ରଣ  ସଂପର୍କରେ ସମୀକ୍ଷା କରି କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି୤ ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

 

      ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୃତୀୟ ଲହରୀରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ଠିକ୍‌ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ ବଡ ସହରରେ active case ସଂଖ୍ୟା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି ଏବଂ ଖୁବ କମ୍‌ ରୋଗୀଙ୍କୁ ହସ୍‌ପିଟାଲ ଯିବାକୁ ପଡୁଛି । ଏସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡିବ ।

 

ମୁଖ୍ୟ ଶାସନ ସଚିବ ତାଙ୍କର ପ୍ରେସ୍‌ ସୂଚନା ଜରିଆରେ କୋଭିଡ ରୋଗୀ ସଂଖ୍ୟା ଅଧିକ ରହୁଥିବା ଦୃଷ୍ଟିରୁ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । 

 

ଏହାସହିତ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶେଷକରି ମେଡିକାଲ ଷ୍ଟାଫ, ପୋଲିସ, ପ୍ରଶାସନିକ ଅଧିକାରୀ ଏବଂ ରୋଗର ଅଧିକ ଆଶଂକା ଥିବା ନାଗରିକ ମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନ ତ୍ବରାନ୍ବିତ କରିବା ପାଇଁ ସେ କହିଥିଲେ । ସେହିପରି ଗଣମାଧ୍ୟମର କର୍ମକର୍ତ୍ତା ମାନେ ମଧ୍ୟ frontline worker ଭାବେ ପରିଗଣିତ ହେଉଥିବାରୁ, ସେମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନରେ ପ୍ରାଥମିକତା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

 

କୋଭିଡ ସଂପର୍କରେ ଆମର ସଚେତନତା ଓ ନିୟମର ଦୃଢ ଅନୁପାଳନ ପଦକ୍ଷେପ ଜାରି ରହିବା ଉଚିତ ବୋଲି ମତବ୍ୟକ୍ତ କରିବା ସହିତ micro containment ରଣନୀତି ଏବଂ ଘରେ ରହୁଥିବା କୋଭିଡ ରୋଗୀଙ୍କର ନିୟମିତ ତଦାରଖ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

 

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ସବୁ କୋଭିଡ ହସ୍‌ପିଟାଲକୁ କାର୍ଯ୍ୟକ୍ଷମ କରାଯିବା ସହିତ ଔଷଧପତ୍ର ଏବଂ ଅନ୍ୟାନ୍ୟ ଜରୁରୀ ସମାଗ୍ରୀର ବ୍ୟବସ୍ଥା କରାଯାଇଛି । ଲୋକଙ୍କ ଜୀବିକା ଯେପରି ପ୍ରଭାବିତ ନ ହୁଏ, ତାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯାଇଛି  ବୋଲି ସେ କହିଥିଲେ ।

 

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଆର୍‌.କେ. ଶର୍ମା ସମଗ୍ର ବିଶ୍ବ, ଦେଶ ଓ ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଏକ ତୁଳନାତ୍ମକ ଚିତ୍ର ରଖି କହିଥିଲେ ଯେ ବର୍ତ୍ତମାନ ତୃତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ପହଞ୍ଚିବାର ସୂଚନା ମିଳୁଛି । ରାଜ୍ୟରେ ଦୈନିକ ୧୦ ରୁ ୧୧ ହଜାର ମଧ୍ୟରେ ନୂଆ ରୋଗୀ ସଂଖ୍ୟା ଦେଖା ଦେଉଥିଲେ ମଧ୍ୟ ହସ୍‌ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ବହୁତ କମ୍‌ ଅଛି । ରାଜ୍ୟରେ କୋଭିଡ ରୋଗୀଙ୍କ ପାଇଁ ୧୧,୨୯୧ଟି ବେଡ୍‌ ରହିଛି ଏବଂ ଏଥିରୁ ମାତ୍ର ୧୧ ପ୍ରତିଶତ ବେଡ୍‌ରେ ରୋଗୀ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ଔଷଧ, ଅକ୍‌ସିଜେନ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛି ବୋଲି ସେ କହିଥିଲେ ।

 

ଟିକାକରଣ ଉପରେ ସୂଚନା ଦେଇ ସେ କହିଥିଲେ ଯେ ୯୨.୭ ପ୍ରତିଶତ ପ୍ରଥମ ଡୋଜ ଓ ୭୦.୭ ପ୍ରତିଶତ ଦ୍ବିତୀୟ ଡୋଜ ନେଇସାରିଛନ୍ତି। ୧୫ ରୁ ୧୮ ବୟସ୍କ କିଶୋର ମାନଙ୍କ କ୍ଷେତ୍ରରେ ୪୫.୮ ପ୍ରତିଶତ ଟିକାକରଣ ହୋଇଛି  ଏବଂ ୧୪ ପ୍ରତିଶତ ବୁଷ୍ଟର ଡୋଜ ଟିକାକରଣ ହୋଇଛି ବୋଲି ସେ ସୂଚନା ଦେଇଥିଲେ ।

 

ବୈଠକରେ ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ, କଟକ ଓ ମୟୁରଭଂଜର ଜିଲ୍ଲାପାଳ, ଭୁବନେଶ୍ବର ଓ କଟକର ମ୍ୟୁନିସ୍‌ପାଲ କମିଶନର ପ୍ରମୁଖ ସେମାନଙ୍କ ନିଜ ନିଜ କ୍ଷେତ୍ରର କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

 

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ବୈଠକରେ ଉନ୍ନୟନ କମିଶନର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    13983
    Aug 20, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13976
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14709
    Aug 20, 2026
  • ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା
    ମନୋରଞ୍ଜନ

    ଅଲଗା ହେବାର ପ୍ରଶ୍ନ ନାହିଁ : ସୁନିତା ଆହୁଜା

    14008
    Aug 19, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14159
    Aug 20, 2026
  • ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର
    ଦେଶ-ଦେଶାନ୍ତର

    ପ୍ରିନ୍ସପାଲଙ୍କୁ ଛୁରୀ ଭୂସି ମାରିଦେଲେ ୨ ଛାତ୍ର

    13581
    Aug 20, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ
    ମନୋରଞ୍ଜନ

    ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14109
    Aug 19, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    14934
    Aug 21, 2026
  • ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ୪୬ ପଇସା ପାଇଁ ୧୨୦୦ ଟଙ୍କାର ଜରିମାନା

    15060
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14159
    Aug 20, 2026
  • ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13976
    Aug 20, 2026
  • ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13586
    Aug 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17044
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17665
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    14934
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15972
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13890
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14918
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14691
    Aug 10, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13999
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14263
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14386
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15280
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    13976
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14159
    Aug 20, 2026
  • ଶାହରୁଖ, ସଲମାନଙ୍କୁ ଟକ୍କର ଦେବେ ଟମ୍ ହଲାଣ୍ଡ

    14109
    Aug 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In